ଶବ୍ଦ ଓଡିଶା ବ୍ୟୁରୋ: : ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ଶରତ ନାୟକଙ୍କୁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି । ଶରତ ପୂର୍ବରୁ ମାହାଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥିଲେ ।
ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ନେଇ ଶରତଙ୍କର ଏକ ଅଡିଓ ଭାଇରାଲ ହୋଇଛି। ଏହି ମାମଲାର ସନ୍ଦିଗ୍ଧ ଖେଳ ଶିକ୍ଷକଙ୍କ ମା’ଙ୍କ ସହ ତାଙ୍କର କଥାବାର୍ତ୍ତା ଭାଇରାଲ ହୋଇଛି। ଅଡିଓରେ ମାମଲା ରଫାଦଫା ପାଇଁ ସେ ୭୦ ହଜାର ମାଗୁଥିବା ଶୁଣିବାକୁ ମିଳିଛି।
