୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ

ଶବ୍ଦ ଓଡିଶା ବ୍ୟୁରୋ: : ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ପ୍ରଭାବ ଆଜି ମଧ୍ୟ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଜି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

You May Also Like

More From Author

+ There are no comments

Add yours