ଚିରନିଦ୍ରାରେ କବି ଜୟନ୍ତ ମହାପାତ୍ର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ଗତକାଲି ରାତି ୯ଟାରେ ତାଙ୍କର ଦେହାନ୍ତ ହୋଇଛି । କବି ଜୟନ୍ତ ମହାପାତ୍ର ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ । କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା ।
ବିଳମ୍ବିତ ରାତିରେ ତାଙ୍କ ମର ଶରୀରକୁ କଟକ ତିନିକୋଣିଆ ବଗିଚା ସ୍ଥିତ ବାସଭବନକୁ ନିଆଯାଇଛି । ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟୁ ସମ୍ପର୍ଣ୍ଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

You May Also Like

More From Author

+ There are no comments

Add yours