ରାଜ୍ୟରେ ୩ରୁ ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ : ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

You May Also Like

More From Author

+ There are no comments

Add yours