ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ଶବ୍ଦ ଓଡିଶା ବ୍ୟୁରୋ : ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।
ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ପବିତ୍ର ସ୍ଥାନଗୁଡ଼ିକୁ ଦର୍ଶନ କରିବାକୁ ହେଲେ ତୀର୍ଥଯାତ୍ରୀଙ୍କୁ ମାହାଲ ଦେବାକୁ ପଡ଼ିବ । ରୋଷଘର ଦର୍ଶନ, ରୋହିଣୀ କୁଣ୍ଡରୁ ଜଳ ସଂଗ୍ରହ, କୋଇଲି ବୈକୁଣ୍ଠ ଦର୍ଶନ, ଶ୍ରୀଗୁଣ୍ଡିଚା ମନ୍ଦିର ଦର୍ଶନ, ନରେନ୍ଦ୍ରରେ ସଂକଳ୍ପ କରିବା ଆଦି ଉପରେ ଦେୟ ଆଦାୟ ହେବ । ଶ୍ରୀମନ୍ଦିର ପ୍ରଶାସନ ଏହି ସ୍ଥାନରୁ କରୋନା ପରେ ମାହାଲ ଆଦାୟ ବନ୍ଦ କରିଦେଇଥିଲା । ଏବେ ଶ୍ରୀମନ୍ଦିର ପ୍ରଶାସନ ଏହି ତୀର୍ଥ ଓ ପବିତ୍ର ସ୍ଥଳ ଗୁଡ଼ିକୁ ଟେଣ୍ଡର କରି ମାହାଲ ଆଦାୟ କରିବାକୁ ନିଷ୍ପତ୍ତି ନେଇଛି ।

You May Also Like

More From Author

+ There are no comments

Add yours