ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଶେଷକୃତ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ତାଙ୍କର ପରଲୋକ ହୋଇଛି । ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟ ଖେଳିଯାଇଛି ।

ତାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା, ଲୋକସେବା ଭବନ ଓ ପରେ ଶଙ୍ଖ ଭବନ ନିଆଯିବ । ଶେଷରେ ମରଶରୀରକୁ ତାଙ୍କ ନିର୍ବାଚନ ମଣ୍ଡଳୀ ଦିଗପହଣ୍ଡି ନିଆଯାଇ ସେଠାରେ ଶେଷକୃତ୍ୟ କରାଯିବ ।

You May Also Like

More From Author

+ There are no comments

Add yours