ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ଆଇଏମଡିର ଆକଳନ

ଶବ୍ଦ ଓଡିଶା ବ୍ୟୁରୋ: ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି । ଏହାର ପ୍ରଭାବରେ ୮ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ। ଆଜି ଓ ଆସନ୍ତାକାଲି ମୁଖ୍ୟତଃ ପ୍ରବଳ ବର୍ଷା ହେବା ନେଇ ଆଇଏମଡି ଆକଳନ କରିଛି । ଆକଳନ ଅନୁସାରେ ସୃଷ୍ଟ ଲଘୁଚାପ ଉତ୍ତର ଓଡିଶା ଓ ଉତ୍ତର ଛତିଶଗଡ ଆଡକୁ ଗତି କରିବ ।
ଆଜି ୧୬ରୁ ଅଧିକ ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଆସନ୍ତାକାଲି ୧୩ରୁ ଅଧିକ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ‌ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours