Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏ ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବି‌ଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

୭ ଓ ୮ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୮ ଓ ୯ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେ‌ଲୋ ୱାର୍ଣ୍ଣିଂ ଜାରି ସହ ସତର୍କ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ବିସ୍ତୃତ ବର୍ଷା ହୋଇଛି। ବାଲେଶ୍ୱର ସହରରେ ସର୍ବାଧିକ ୧୧୭.୧ ମିମି ବର୍ଷା ହୋଇଥିବା ବେଳେ ୧୩ଟି ସହରରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ମୌସୁମୀ ସକ୍ରିୟ ସହ ହାରାହାରି ୧୭.୪ ମିମି ବର୍ଷା ହୋଇଛି ।

Leave a Reply

Your email address will not be published. Required fields are marked *