ପରିବହନ ଗାଡ଼ିରେ ଅକ୍ଟୋବର ୧ରୁ ଟ୍ରାକିଂ ବାଧ୍ୟତାମୂଳକ

ଶବ୍ଦ ଓଡିଶା ବ୍ୟୁରୋ: ପରିବହନ ସେବା ଯୋଗାଉଥିବା ଗାଡ଼ିରେ ଭେହିକିଲ୍ ଲୋକସନ୍ ଟ୍ରାକିଂ ଡିଭାଇସ୍ ଓ ପ୍ୟାନିକ ବଟନ ନଥିଲେ ଆସନ୍ତା ମାସ ପହିଲାରୁ ହେବନି ପଞ୍ଜିକରଣ । ସେପ୍ଟେମ୍ବର ୩୦ ପୂର୍ବରୁ ପଞ୍ଜିକୃତ ହୋଇଥିବା ଗାଡ଼ିରେ ଚଳିତ ବର୍ଷ ଶେଷ ସୁଦ୍ଧା ଏହି ଡିଭାଇସ୍ ସଂଯୋଗ ବାଧ୍ୟତାମୂଳକ । ଏନେଇ ରାଜ୍ୟ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏକ ସାର୍ବଜନୀନ ନୋଟିସ୍ ଜାରି କରିଛନ୍ତି ।

ଶିକ୍ଷାନୁଷ୍ଠାନ ବସ୍, ଆମ୍ବୁଲାନ୍ସ, ସବୁପ୍ରକାରର କ୍ୟାବ୍, ଓମିନି ବସ୍, ମୋଟର କ୍ୟାବ୍, ପ୍ରାଇଭେଟ୍ ସର୍ଭିସ୍ ଗାଡ଼ି ଓ ନ୍ୟାସନାଲ ପରମିଟ୍ ଥିବା ମାଲବାହୀ ଗାଡ଼ିଗୁଡ଼ିକର ଏହି ଡିଭାଇସ୍ ସଂଯୋଗ ବାଧ୍ୟତାମୂଳକ ବୋଲି ନୋଟିସରେ ଉଲ୍ଲେଖ ରହିଛି । କେବଳ ଦୁଇ ଚକିଆ, ତିନିଚକିଆ ଓ ରିକ୍ସା ଏଥିରୁ ବାଦ୍ ପଡ଼ିଛି । ଯାତ୍ରୀଙ୍କ ନିରାପତାକୁ ଦୃଷ୍ଟିରେ ରଖି ଏହି ଭିଏଲଟିଡ଼ି ଡିଭାଇସ୍ ଖଞ୍ଜିବାକୁ କୁହାଯାଇଛି ।

You May Also Like

More From Author

+ There are no comments

Add yours