ଶୁକ୍ରବାର ପ୍ରବଳ ବର୍ଷିବ! ପୁଣି ଫେରିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

You May Also Like

More From Author

+ There are no comments

Add yours