ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ। ଏହାଛଡା ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡା ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି।
