ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ, ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ଉତ୍ତରପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ।

କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହ ଯାଜପୁର, ଜଗତସିଂହପୁର,ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ୧୪ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହୁଛି ।

You May Also Like

More From Author

+ There are no comments

Add yours