Wed. Oct 14th, 2026

ରାୟଗଡା କଂସାରିଗୁଡ଼ାରେ ହିଣ୍ଡାଲକୋ ପ୍ରତିଷ୍ଠା କରିବ ଆଲୁମିନା ରିଫାଇନାରି ପ୍ଲାଣ୍ଟ। ୮ହଜାର କୋଟି ଟଙ୍କା ପୁଞ୍ଜିନିବେଶରେ ବାର୍ଷିକ ଉତ୍ପାଦନ ହେବ ୨ମିଲିୟନ ଟନ୍ ଆଲୁମିନା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନ କନଭେନ ସେଣ୍ଟରରେ ଓଏମସି ଓ ହିଣ୍ଡାଲକୋ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।ଓଏମସି କଳାହାଣ୍ଡିର କୋଡିଂଗାମାଳି ବକ୍ସାଇଟ ଖଣିରୁ ଦୀର୍ଘମିଆଦି ସୂତ୍ରରେ କଞ୍ଚାମାଲ ଯୋଗାଇବ। ପ୍ରାଥମିକ ପର୍ଯ୍ୟାୟରେ ସିଧାସଳଖ ନିଯୁକ୍ତି ପାଇବେ ୫ହଜାର। ପରେ ସମ୍ପୂର୍ଣ୍ଣ ଉତ୍ପାଦନକ୍ଷମ ହେଲେ ୭ହଜାର ନିଯୁକ୍ତି ମିଳିବ। ପରିବେଶ ଅନୁକୂଳ ରିଫାଇନାରି ପ୍ରତିଷ୍ଠା ହେବ। ବୁଝାମଣାପତ୍ର ଅନୁଯାୟୀ ନିଯୁକ୍ତି କ୍ଷେତ୍ରରେ ଓଡ଼ିଆଙ୍କୁ ପ୍ରାଥମିକତା ମିଳିବ। ରାୟଗଡ଼ାରେ କାରଖାନା ପାଇଁ ବିସ୍ଥାପିତ, କ୍ଷତିଗ୍ରସ୍ତ ଓ ପ୍ରଭାବିତ ଉପସ୍ଥିତ ରହିଥିଲେ।ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଲୋକଙ୍କ ସହିତ କଥା ହୋଇଥିଲେ। ଜମି ଅଧିଗ୍ରହଣ ହେବାର ଦୀର୍ଘ ୧୭ ବର୍ଷ ପରେ କାରଖାନା ସ୍ଥାପନ ପାଇଁ ବାଟ ଖୋଲିଛି। ଏହାକୁ ନେଇ ଲୋକଙ୍କ ମନରେ ଉତ୍ସାହ ଦେଖାଦେଇଛି। କାରଖାନା ପାଇଁ ଆଦିତ୍ୟ ବିର୍ଲା ଗୋଷ୍ଠୀ ୮ ହଜାର କୋଟି ଟଙ୍କା ବିନିଯୋଗ କରିବ। ଏହା ସହିତ ଏକ ଗାର୍ମେଣ୍ଟ ଫାକ୍ଟ୍ରି କରିବାକୁ ହିଣ୍ଡାଲକୋ ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲା ଆଜି ବୈଠକରେ ଘୋଷଣା କରିଛନ୍ତି। ଏଥିରେ ୧୫ଶହ ଲୋକ ନିଯୁକ୍ତି ପାଇବେ। ୨୦୨୬ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ।

Leave a Reply

Your email address will not be published. Required fields are marked *