Wed. Oct 14th, 2026

ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ। ଏହି ଅବସରରେ ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ। ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ।

ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ।

୫-ଟି ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ ଗତକାଲି ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ଏହି ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ନାୟକ ସେମାନଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଖବର ରଖିବା ପାଇଁ ଉତ୍ତରାଖଣ୍ଡ ଯାଇ ଥିଲେ ଓ ସମସ୍ତଙ୍କୁ ଧରି ଓଡ଼ିଶା ଫେରି ଥିଲେ। #NaveenOdisha #OdishaCares

Leave a Reply

Your email address will not be published. Required fields are marked *