ଓଡ଼ିଶାରେ କେଉଁଠି ଓ କେଉଁ ଦିନ ନିର୍ବାଚନ ଜାଣନ୍ତୁ

ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି।ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ। ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ। ମେ’ ୧୩, ମେ ୨୦, ମେ’ ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ। ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ। ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ। ଏନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରବାସୀ ମେ’ ୧୭ରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଦେବେ। ୨୦୧୪ରେ ଶେଷଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପିଡିପି ଓ ବିଜେପି ମିଳିତ ଭାବେ ଏଠାରେ ସରକାର ଗଠନ କରିଥିଲେ। କିନ୍ତୁ ୨୦୧୭ରେ ବିଜେପି ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କରି ନେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା। ସେବେଠାରୁ ଆଉ ଜମ୍ମୁ-କଶ୍ମୀରରେ ମତଦାନ ହୋଇ ନଥିଲା। ୧୭ତମ ଲୋକସଭାର କାର୍ଯ୍ୟକାଳ ୧୬ ଜୁନ ୨୦୨୪ରେ ଶେଷ ହେବ ।

ଓଡ଼ିଶା ଲୋକସଭା କେଉଁଠି ଓ କେଉଁ ଦିନ ନିର୍ବାଚନ ଜାଣନ୍ତୁ।

ମେ’ ୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ।
ମେ’ ୨୦ରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା ।
ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ।
ଜୁନ୍‌ ୧ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ହେବ ଭୋଟ ଗ୍ରହଣ।

ମେ ୧୩ରେ କେଉଁଠି ହେବ ଭୋଟ୍‌-
ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା

ମେ ୨୦ରେ କେଉଁଠି ହେବ ଭୋଟ୍-
ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି

ମେ ୨୫ରେ କେଉଁଠି ହେବ ଭୋଟ୍‌-
କୁଚିଣ୍ଡା, ରେଂଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳ -ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼

ଜୁନ୍‌ ୧ରେ କେଉଁଠି ହେବ ଭୋଟ୍‌-
ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା

You May Also Like

More From Author

+ There are no comments

Add yours