ବରମୁଣ୍ଡା ପାଇକ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ବାର୍ଷିକ ଉତ୍ସବ ଏପ୍ରିଲ ୨୭ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ବିଜୁ ପଟ୍ଟନାୟକ ଖେଳ ପଡ଼ିଆ ଠାରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଏହି ଅବସରରେ ଉପସ୍ଥିତ ଥିଲେ। ଅତ୍ୟନ୍ତ ଧୁମ୍ ଧାମରେ ବାର୍ଷିକ ଉତ୍ସବ ପାଳନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ବନ ବିଭାଗ ଅଧିକାରୀ ତଥା ସମାଜସେବୀ ପ୍ରଫୁଲ୍ଲ କୁମାର ଲେଙ୍କା ଯୋଗ ଦେଇ ଅନୁଷ୍ଠାନର ଉଜ୍ବଳ ଭବିଷ୍ୟତ କାମନା କରିବା ସହ ପିଲାମାନଙ୍କୁ ଆଗକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ନୀତି ଆଦର୍ଶ ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପିଲାମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରିଥିଲେ।