Thu. Oct 15th, 2026

ଜୁଲାଇ ୨୧, ୨୦୨୨। ଏହି ଦିନଟି ଓଡ଼ିଶା ଲାଗି ପାଲଟି ଯାଇଛି ଏକ ଐତିହାସିକ ଦିନ। ଓଡ଼ିଶା ମାଟିର ଝିଅ, ମୟୂରଭଂଜ ଅଞ୍ଚଳର ଆଦିବାସୀ ନେତ୍ରୀ, ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭ‌ାବେ ନିର୍ବାଚିତ ହୋଇଛନ୍ତି। ମିଳିତ ବିରୋଧୀ ଦଳର ପ୍ରାର୍ଥ ଯଶବନ୍ତ ସିହ୍ନାଙ୍କୁ ଏନଡିଏ ପ୍ରାର୍ଥୀ ଶ୍ରୀମତୀ ମୁର୍ମୁ ବହୁ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି। ପାର୍ଲାମେଣ୍ଟ ଭବନରେ ଚାଲିଥିବା ଗଣତିର ତୃତୀୟ ରାଉଣ୍ଡର ଫଳାଫଳ ଅନୁଯାୟୀ ଶ୍ରୀମତୀ ମୁର୍ମୁ ବିଜୟ ଲାଗି ଆବଶ୍ୟକ ୫୦ ପ୍ରତିଶତ ଭୋଟ ସୀମା ଅତିକ୍ରମ କରିଛନ୍ତି। ଏଥିସହ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ସହ ପ୍ରଥମ ଓଡ଼ିଆ ମହିଳା ଭାବେ ଭାରତର ଶୀର୍ଷ ପଦବିରେ ଅଧିଷ୍ଠିତ ହୋଇଛନ୍ତି। କେବଳ ସେତିକି ନୁହେଁ, ଏଥିସହ ସେ ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତିର ମର୍ଯ୍ୟାଦା ଲାଭ କରିଛନ୍ତି।

ଓଡ଼ିଶାର ଛୋଟିଆ ସହର ରାଇରଙ୍ଗପୁରରୁ ଦିଲ୍ଲୀ ରାଇସିନା ଭବନ ଯାଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ଶପଥ ନେବେ । ସେ ହୋଇଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି । ଦ୍ରୌପଦୀ ମୁର୍ମୁଙ୍କ ପାଇଁ ତାଙ୍କ ଗାଁଠାରୁ ଆରମ୍ଭ କରି ଦେଶର କୋଣ ଅନୁକୋଣରେ ପାଳନ ହେଉଛି ବିଜୟ ଉତ୍ସବ । ସବୁଆଡ଼େ ବାଜାବାଣ, ନାଚଗୀତ ଓ ଖୁସିର ମାହୋଲ । ଆତସବାଜି ଯୋଗୁଁ ଅଦିନିଆ ଦିପାବଳୀର ଭ୍ରମ ସୃଷ୍ଟି ହୋଇଛି । ନିଜ ମାଟି ଓଡ଼ିଶାରେ ତାଙ୍କର ବିଜୟ ଉତ୍ସବ ସ୍ୱତନ୍ତ୍ର ରହିଛି । ଦ୍ରୌପଦୀଙ୍କ ବିଜୟ ସ୍ପଷ୍ଟ ହେଲା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ;ରାଷ୍ଟ୍ରପତି ରାମନାଥ କୋବିନ୍ଦରାହୁଲ ଗାନ୍ଧୀ, ପରାଜିତ ପ୍ରାର୍ଥୀ ଯଶୋବନ୍ତ ସିହ୍ନା ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଓଡ଼ିଶା ପାଇଁ ଏହା ଗୌରବର ମୁହୂର୍ତ୍ତ । ପ୍ରଥମ ନାଗରିକ ପର୍ୟ୍ୟନ୍ତ ତାଙ୍କ ଯାତ୍ରା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ । ତାଙ୍କ ଯାତ୍ରା ମହିଳା ସଶକ୍ତିକରଣ କ୍ଷେତ୍ରରେ ଏକ ଉଦାହରଣ ବୋଲି ନବୀନ କହିଛନ୍ତି ।

https://twitter.com/draupadimurmupr/status/1550140348105494529?s=20

Leave a Reply

Your email address will not be published. Required fields are marked *