ଓଡ଼ିଆରେ ପରୀକ୍ଷା ଦେଇପାରିବେ ଓସିଏସ କ୍ୟାଣ୍ଡିଡେଟ

ବଦଳିଲା ଶିକ୍ଷାନୀତି। ଆସିଲା ନୂଆ ନିୟମ। ୮ଟି ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ୍ । ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସଂଶୋଧନକୁ ମିଳିଛି ମଂଜୁରୀ । ଏଣିକି ଆଉ ୨୨୫୦ ମାର୍କର ପରୀକ୍ଷା ନୁହେଁ ୨୦୦୦ ମାର୍କର ପରୀକ୍ଷା ହେବ । ୟୁପିଏସସି ଭଳି ଓସିଏସରେ ରହିବ ଗୋଟିଏ ଅପସ୍ନାଲ । ପରୀକ୍ଷାର୍ଥୀ ଓଡ଼ିଆରେ ଦେଇପାରିବେ ପରୀକ୍ଷା । ପ୍ରବନ୍ଧ ମଧ୍ୟ ଓଡ଼ିଆରେ ଲେଖିବେ ଇଛୁକ ପରୀକ୍ଷାର୍ଥୀ ।

ସେହିପରି ୭୧ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ କରିବେ ସରକାର । କ୍ୟାବିନେଟ ଦେଇଛି ଏହି ଅନୁମତି । ଅଣ ସଂରକ୍ଷିତ-୬ଥର, ଏସଇବିସି- ୯ଥର, ଏସସି/ଏସଟି-ଅନଲିମିଟେଡ ପରୀକ୍ଷା ଦେଇପାରିବେ – ଲିଖିତ ଓ ଇଣ୍ଟରଭ୍ୟୁ ମଧ୍ୟ ଓଡ଼ିଆ ଭାଷାରେ ହେବ । ରାଜ୍ୟ କ୍ୟାବିନେଟ ନେଇଛି ଏହି ବଡ଼ ନିଷ୍ପତ୍ତି ।

ପୂର୍ବରୁ ଇଂରାଜୀ ଭାଷାରେ ପ୍ରବନ୍ଧ ଲେଖିବା ବାଧ୍ୟତାମୂଳକ ରହିଥିଲା । ରାଜ୍ୟ ସରକାର ଏହି ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀ ଓଡିଆରେ ପରୀକ୍ଷା ଦେଇପାରିବେ । ଚଳିତ ବର୍ଷ ଖରିପ ଏବଂ ରବି ଋତୁ ପାଇଁ ଧାନ ସଂଗ୍ରହ ନୀତି ଘୋଷଣା କରାଯାଇଛି । ସର୍ବନିମ୍ନ ସହାୟକ ମୂଲ୍ୟ ସର୍ବନିମ୍ନ ୨୦୪୦ ଏବଂ ସର୍ବାଧିକ ୨୦୮୦ ଟଙ୍କା ରଖାଯାଇଛି ।

ସେହିପରି ରାଜ୍ୟରେ ଖଣି ନିର୍ଦ୍ଦେଶାଳୟ ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟର ହେବ ମିଶ୍ରଣ । ଏହାକୁ ମିଶ୍ରଣ କରି ଏକକ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟ ସୃଷ୍ଟି କରାଯିବ । ଏଥିରେ ଏକକ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶକ ପଦବୀ ସହ ଦୁଇଗୋଟି ନୂତନ ଅତିରିକ୍ତ ପଦବୀ ସୃଷ୍ଟି କରାଯିବ । ମାନବ ସମ୍ବଳକୁ ସୁଦୃଢ କରି ଖଣିଜ ପ୍ରଶାସନ ଓ ଅନ୍ୱେଷଣ ଅଧିକ କ୍ରିୟାଶୀଳ କରାଯିବ । ଏହା ରାଜସ୍ୱ ବୃଦ୍ଧିରେ ସହାୟକ ହେବ ।

You May Also Like

More From Author

+ There are no comments

Add yours