ଫେରିଗଲା ମୌସୁମୀ ବାୟୁ। ଓଡିଶାରୁ ସଂପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ଆଜି ଉତ୍ତର ସମ୍ପୂର୍ଣ୍ଣ ଓଡିଶା ସହ ଦକ୍ଷିଣ ଓଡ଼ିଶାର ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀରରୁ ମୌସୁମୀ ସମ୍ପୂର୍ଣ୍ଣ ଅପସାରଣ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡାରୁ ଆଂଶିକ ଭାବେ ଅପସାରଣ ହୋଇଛି ।ଆଗାମୀ ୨ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓଡିଶାରୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି