ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି ।କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ.; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବ୍ରହ୍ମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର । ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି । ତେବେ ରାଜ୍ୟ ସରକାର ନିର୍ଦ୍ଦାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ବୋଲି ବିଭାଗୀୟ କାର୍ଯାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି ।

You May Also Like

More From Author

+ There are no comments

Add yours