ରଙ୍ଗାରଙ୍ଗ ସମାରୋହରେ ଉଦଘାଟନ ହେବ ହକି ମହାକୁମ୍ଭ

ଶବ୍ଦ ଓଡିଶା ବ୍ୟୁରୋ: କଟକରେ ଆଜି ହକି ବିଶ୍ୱକପର ଉଦାଘାଟନ ସମାରୋହ । ଉଦଘାଟନୀ କାର୍ଯ୍ୟକ୍ରମରେ ଦୁଲୁକିବ ବାରବାଟୀ ଷ୍ଟାଡିୟମ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାରୋହକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିବାବେଳେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ରହିବେ । ଉଦଘାଟନୀ ଉତ୍ସବ ପାଇଁ ଆସିଛନ୍ତି ଦେଶର ଜଣାଶୁଣା ଅଭିନେତା, ଅଭିନେତ୍ରୀ ଓ କଣ୍ଠଶୀଳ୍ପି ।
ଉଦଘାଟନୀ ଉତ୍ସବରେ ଧମାଲ କରିବେ ବଲିଉଡ୍ ଷ୍ଟାର ରଣବୀର ସିଂହ ଓ ଦିଶା ପଟାନୀ । ସେହିଭଳି ପ୍ରୀତମଙ୍କ ସଙ୍ଗୀତର ଯାଦୁରେ ଝୁମିବେ ଦର୍ଶକ । ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଛାତ୍ରଛାତ୍ରୀ ଦେଖିପାରିବେ । ଏଥିପାଇଁ ରାଜ୍ୟରେ ସରକାରୀ, ଓ ସରକାରୀ ଅନୁଦାନପ୍ରାପ୍ତ ତଥା ବେସରକାରୀ ସ୍କୁଲଗୁଡିକୁ ଅପରାହ୍ନ ଗୋଟାଏରୁ ଛୁଟି ଘୋଷଣା କରାଯାଇଛି । କଟକ ମହାନଗର ନିଗମ ଅଧୀନରେ ଆସୁଥିବା ସମସ୍ତ ସରକାରୀ ଅଫିସ, ବିଶ୍ୱବିଦ୍ୟାଳୟ, କଲେଜ, ସ୍କୁଲକୁ ଦିନ ଗୋଟାଏରୁ ଛୁଟି ଘୋଷଣା କରାଯାଇଛି ।
ବଲିଉଡ୍ ତାରକା ରଣବୀର ସିଂହ ଓ ଦିଶା ପଟାନୀଙ୍କ ସହ ପ୍ରସିଦ୍ଧ କେ-ପପ୍ ବ୍ୟାଣ୍ଡ ବ୍ଲାକ୍‌ସ୍ବାନ ଗ୍ରୁପ୍‌, ଓଡ଼ିଶାର ଜଣାଶୁଣା ଗାୟିକା ଶ୍ରେୟା ଲେଙ୍କା ନିଜର ଜଲୱା ଦେଖାଇବେ । ସୁନାମଧନ୍ୟ କଣ୍ଠ ଶିଳ୍ପୀ ବେନି ଦୟାଲ, ନୀତି ମୋହନ, ଲିସା ମିଶ୍ର, ଅମିତ ମିଶ୍ର, ଅନ୍ତରା ମିତ୍ର, ଶ୍ରୀମା ଚନ୍ଦ୍ରା, ନକାଶ ଅଜିଜ, ଶାଲମାଲି ଖୋଲଗାଡେ ଓ ନମିତା ମେଲେକାଙ୍କ ସହ ହକି ବିଶ୍ବକପ୍ ୨୦୨୩ ଗୀତର ଲେଖକ ପ୍ରୀତମ ଷ୍ଟେଜ୍‌କୁ ଆସିବେ । ନୃତ୍ୟୁ ଗୁରୁ ଅରୁଣା ମହାନ୍ତି ଓ ଜାତୀୟ ପୁରସ୍କାରପ୍ରାପ୍ତ ସିଆମକ ଡାଭର ନୃତ୍ୟ ପ୍ରଦର୍ଶନର କୋରିଓଗ୍ରାଫ କରିଛନ୍ତି ।

You May Also Like

More From Author

+ There are no comments

Add yours