ଶବ୍ଦ ଓଡିଶା ବ୍ୟୁରୋ: ଶ୍ରଦ୍ଧାଳୁଙ୍କ ପାଇଁ ଆଜିଠୁ ଖୋଲିବ ଧବଳେଶ୍ୱର ପୀଠ। ବାବା ଧବଳେଶ୍ୱରଙ୍କୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ଦେଇଛନ୍ତି ଆଠଗଡ ଉପଜିଲ୍ଲାପାଳ। ମହାନଦୀ ପଠା ମଧ୍ୟରେ ହୋଇଥିବା ଅସ୍ଥାୟୀ ରାସ୍ତା ଦେଇ ଲୋକେ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।
ମକର ସଂକ୍ରାନ୍ତିଠାରୁ ପୀଠ ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଥିଲା। ତେବେ ନିର୍ମାଣଧୀନ ଅସ୍ଥାୟୀ ରାସ୍ତା କାମ ଯୁଦ୍ଧକାଳୀନ ଭିତିରେ ସରିଥିବାରୁ ଆଗୁଆ ଅନୁମତି ଦେଇଛି ପ୍ରଶାସନ। ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର ପଠା ଏବଂ ସେଠାରୁ ଧବଳେଶ୍ୱର ପଠାକୁ ସଂଯୋଗ କରାଯାଇଥିବା ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଚାଲି ଚାଲି ଯାଇ ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ।
