ଆଜିଠାରୁ ରାଜ୍ୟରେ ୨ ଦିନ ବର୍ଷା, ସତର୍କ କଲା ପାଣିପାଗ ବିଭାଗ ।

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଦୁଇ ଦିନ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ଦୁଇ ଦିନ ଘନକୁହୁଡି ନେଇ ମଧ୍ୟ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବିଶେଷ କରି ଉତ୍ତର ଓଡିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁରରେ ବର୍ଷା ସମ୍ଭାବନା ରହିଛି । ତେବେ ଏହା ବାଦ ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ ।

You May Also Like

More From Author

+ There are no comments

Add yours