Thu. Oct 15th, 2026

ଗୁଳିମାଡ଼ ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ କରାଯାଇଥିଲା। ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବ୍ରଜରାଜନଗରରେ ଏହି ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରିଛନ୍ତି।

ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର୍ୟ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।

ସୂଚନା ଅନୁଯାୟୀ, ଏଏସଆଇ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସାମ୍ନାକୁ ଆସି ୫ ରାଉଣ୍ଡ ଗୁଳି ଚଳାଇଥିଲେ। ହେଲେ ମନ୍ତ୍ରୀଙ୍କ ଦେହରେ ୩ଟି ଗୁଳି ବାଜିଥିଲା।
ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା କୁହାଯାଉଛି।

Leave a Reply

Your email address will not be published. Required fields are marked *