ଆରପାରିରେ ନବ ଦାସ

ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ । ଗୁଳିମାଡ ପରେ ତାଙ୍କୁ ଝାଡସୁଗୁଡାରୁ ଏୟାରଲିଫ୍ଟ ଯୋଗେ ଅଣାଯାଇଥିଲା ଭୁବନେଶ୍ୱର । ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କ ଛାତିରେ ବାଜିଥିଲା ଗୁଳି । ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ ହୋଇଥିଲା ଏହି ଗୁଳିମାଡ । ସୁରକ୍ଷା ଦାୟିତ୍ୱରେ ଥିବା ଜଣେ ଏ.ଏସ.ଆଇ କରିଥିଲେ ଗୁଳିମାଡ । ପ୍ରଥମେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଥିଲା । ସେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ ହୋଇଥିଲା ।
ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଥିଲେ ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଥିଲା । ଅଭିଯୁକ୍ତଙ୍କୁ କାବୁ କରାଯାଇଥିଲା । ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର୍ୟ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।
ସୂଚନା ଅନୁଯାୟୀ, ଏଏସଆଇ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସାମ୍ନାକୁ ଆସି ୫ ରାଉଣ୍ଡ ଗୁଳି ଚଳାଇଥିଲେ। ହେଲେ ମନ୍ତ୍ରୀଙ୍କ ଦେହରେ ୩ଟି ଗୁଳି ବାଜିଥିଲା।
ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଥିଲା । ସେ ଏକ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ ହୋଇଥିଲା ।

You May Also Like

More From Author

+ There are no comments

Add yours