ଭୁବନେଶ୍ୱରରେ ଆଜିଠାରୁ ପଦୋନ୍ନତି ଅଦାଲତ, କର୍ମଚାରୀଙ୍କ ଅଭିଯୋଗ ଶୁଣିବେ ଅଧିକାରୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜିଠାରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେବ । ୨୦୨୨ ଡିସେମ୍ବର ୩୧ ତାରିଖ ସୁଦ୍ଧା ଯେଉଁ ସରକାରୀ କର୍ମଚାରୀମାନେ ପଦୋନ୍ନତି ପାଇପାରିଥାନ୍ତେ କିନ୍ତୁ ପାଇନାହାନ୍ତି ସେସବୁ ପଦୋନ୍ନତି ପ୍ରସଙ୍ଗଗୁଡ଼ିକ ପଦୋନ୍ନତି ଅଦାଲତରେ ବିଚାରକୁ ନିଆଯିବ।

ଇ‌-ମେଲ୍‌ ଜରିଆରେ ସମୁଦାୟ ୧୩୨୬ଟି ଆବେଦନପତ୍ର ଗ୍ରହଣ କରାଯାଇଛି। ସେଥିରୁ gadmin.or@nic.in ଜରିଆରେ ମିଳିଥିବା ୬୭୧ଟି ଆବେଦନପତ୍ର ଓ ପଦୋନ୍ନତି ଅଦଲାତ ପୋର୍ଟାଲ http://promotion.hrmsodisha.gov.in ଜରିଆରେ ମିଳିଥିବା ୬୫୫ଟି ଆବେଦନପତ୍ରକୁ ପଦୋନ୍ନତି ଅଦାଲତରେ ଉପସ୍ଥାପନ କରାଯିବ। ଆବେଦନକାରୀମାନଙ୍କୁ ପ୍ରାପ୍ତିସ୍ବୀକାର ପଠାଇ ଦିଆଯାଇଛି। ଇ-ମେଲ ବା ପଦୋନ୍ନତି ଅଦାଲତ ପୋର୍ଟାଲରେ ଉପଲବ୍ଧ ପ୍ରାପ୍ତିସ୍ବୀକାରର ଗୋଟିଏ ଫଟୋ କପି ଆଣିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦିଆଯାଇଛି। ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେଉଥିବା ସ୍ଥାନଗୁଡ଼ିକୁ କେବଳ ଆବେଦନକାରୀମାନେ ପ୍ରବେଶ କରିପାରିବେ।

You May Also Like

More From Author

+ There are no comments

Add yours