ନୂଆ ଆୟକର ସ୍ଲାବ,୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ପାଇଁ ଜିରୋ ଟ୍ୟାକ୍ସ

ଚଳିତ ବଜେଟରେ ବଜେଟରେ ଆୟକର ସ୍ଲାବ ସୀମା ୫ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ନୂଆ ଆୟକର ସ୍ଲାବ ପ୍ଲାନକୁ ମଧ୍ୟ ଘୋଷଣା କରିଛନ୍ତି । ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ପାଇଁ ଆୟକର ଶୂନ । ୩ରୁ ୬ ଲକ୍ଷ ଆୟ ପାଇଁ ଆୟକର ୫ ପ୍ରତିଶତ । ୬ରୁ ୯ ଲକ୍ଷ ଆୟ ପାଇଁ ଆୟକର ୧୦ ପ୍ରତିଶତ । ୯ରୁ ୧୨ ଲକ୍ଷ ପାଇଁ ଆୟକର ୧୫ ପ୍ରତିଶତ । ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦ ପ୍ରତିଶତ । ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦ ପ୍ରତିଶତ ।

ବ୍ୟାଙ୍କ ଆଇନରେ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦିଆଯାଇଛି । ମହିଳାଙ୍କୁ ସମୃଦ୍ଧ କରିବାକୁ ‘ ମହିଳା ସମ୍ମାନ ବଢତ ରାଷ୍ଟ୍ର’ ଆରମ୍ଭ ହେବ । ସ୍ୱଳ୍ପ ସଞ୍ଚୟ ଜରିଆରେ ୨ ବର୍ଷ ପାଇଁ ସ୍ଥାୟୀ ଜମା ବ୍ୟବସ୍ଥା କରାଯାଇଛି । ୨ ବର୍ଷ ପାଇଁ ଝିଅ, ମହିଳାଙ୍କ ନାମରେ ସ୍ଥାୟୀ ଜମା ରଖାଯାଇପାରିବ । ମଝିରେ ଉଠାଣ ବ୍ୟବସ୍ଥା ରହିବ । ସୁଧ ହାର ୭.୫ ପ୍ରତିଶତ ରହିବ । ବିତ୍ତୀୟ ନିଅଣ୍ଟ ମୋଟ ଜିଡିପିର ୫.୯% ରହିବା ନେଇ ଆକଳନ କରାଯାଇଛି ।
ସେହିପରି ପର୍ଯ୍ୟଟକଙ୍କୁ ଆକୃଷ୍ଟ ପାଇଁ ‘ସ୍ୱଦେଶ ଦର୍ଶନ ସ୍କିମ’ ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି । ୫୦ଟି ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ରର ବିକାଶ କରାଯିବ । ସେହିପରି ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନାରେ ୬ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯିବ । ଶିଶୁ ଓ କିଶୋରମାନଙ୍କ ପାଇଁ ନ୍ୟାସନାଲ ଡିଜିଟାଲ ଲାଇବ୍ରେରୀ କରାଯିବାକୁ ମଧ୍ୟ ଘୋଷଣା କରାଯାଇଛି ।
ଅନ୍ୟପକ୍ଷରେ ଭିତ୍ତିଭୂମି ପାଇଁ ରାଜ୍ୟମାନଙ୍କୁ ସୁଧମୁକ୍ତ ଋଣ ଆଉ ବର୍ଷକ ପାଇଁ ବୃଦ୍ଧି କରାଯାଇଛି । ସେହିପରି ଫେଜ-୩ ଇ-କୋର୍ଟ ବ୍ୟବସ୍ଥା ପାଇଁ ବଜେଟରେ ୭ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ୫-ଜିର ବିକାଶ ପାଇଁ ଇଞ୍ଜିନିୟରିଂ ଇନଷ୍ଟିଚୁ୍ୟଟରେ ୧୦୦ଟି ଲ୍ୟାବ ପ୍ରତିଷ୍ଠା କରାଯିବ । ହାଇଡ୍ରୋଜେନ ଇନ୍ଧନକୁ ପ୍ରୋତ୍ସାହନ ପାଇଁ ୯୭୦୦ କୋଟିର ବ୍ୟବସ୍ଥା କରାଯାଇଛି । ଲଦାଖରେ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ୨୦, ୭୦୦ କୋଟି ଟଙ୍କା ନିବେଶ କରାଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।
ସେହିପରି ବଜେଟରେ ରେଳ ପାଇଁ ୨.୪୦ ଲକ୍ଷ କୋଟି ଘୋଷଣା କରାଯାଇଛି । ସେହିପରି କ୍ୟାପିଟାଲ ଇନଭେଷ୍ଟମେଣ୍ଟ ୧୦ ଲକ୍ଷ କୋଟିକୁ ବୃଦ୍ଧି ଘୋଷଣା କରାଯାଇଛି । ସହରାଞ୍ଚଳ ବିକାଶ ପାଇଁ ଅର୍ବାନ ଇନଫ୍ରା ଫଣ୍ଡର ଘୋଷଣା କରାଯାଇଛି । ଅର୍ବାନ ଇନଫ୍ରା ଫଣ୍ଡ ପାଇଁ ୧୦ ହଜାର କୋଟିର ବ୍ୟବସ୍ଥା କରାଯାଇଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପାଇଁ ୩ଟି ସେଣ୍ଟର ଅଫ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ୫୦ଟି ନୂଆ ଏୟାରପୋର୍ଟ, ହେଲି ପ୍ୟାଡ ପ୍ରତିଷ୍ଠା କରାଯିବ । କେୱାଇସି ବ୍ୟବସ୍ଥାକୁ ଅଧିକ ସରଳୀକରଣ କରାଯିବ ।
ମତ୍ସ୍ୟଚାଷକୁ ଅଧିକ ପ୍ରୋତ୍ସାହନ ପାଇଁ ୬ ହଜାର କୋଟି ବ୍ୟବସ୍ଥା କରାଯାଇଥିବା ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ୧୫୭ ମେଡିକାଲ କଲେଜରେ ୧୫୭ ନର୍ସିଂ କଲେଜ ସ୍ଥାପନ ହେବ । ଶିକ୍ଷକମାନଙ୍କୁ ଗୁଣାତ୍ମକ ଶିକ୍ଷା ନେଇ ଟ୍ରେନିଂ ଦିଆଯିବ । ଶିଶୁ ଓ କିଶୋରମାନଙ୍କ ପାଇଁ ନ୍ୟାସନାଲ ଡିଜିଟାଲ ଲାଇବ୍ରେରୀ ହେବ । ଆକାକ୍ଷୀଂ ଜିଲ୍ଲା ଭଳି ୫୦୦ ବ୍ଲକ ହେବ ଆକାକ୍ଷୀଂ ବ୍ଲକ । ପ୍ରଧାନମନ୍ତ୍ରୀ ଅବଲୁପ୍ତପ୍ରାୟ ଜନଜାତି ଉନ୍ନୟନ ମିଶନ ଆରମ୍ଭ ହେବ । ଗମିଶନ ପାଇଁ ୩ ବଷୟରେ ୧୫ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏକଲବ୍ୟ ସ୍କୁଲ ପାଇଁ ୩୮,୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୭୯ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ମିଲେଟକୁ ପ୍ରୋତ୍ସାହନ ପାଇଁ ନାମକରଣ ଓ ପ୍ରୋତ୍ସାହନ ପାଇଁ ୨୦ ଲକ୍ଷ କୋଟି ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ ନିଜର ବଜେଟ ଅଭିଭାଷଣରେ କହିଛନ୍ତି । ସେ କହିଛନ୍ତି ଯେ ଚାଷୀ, ମହିଳା, ଓବିସି, ଏସସି/ଏସଟି, ବଞ୍ଚିତ ସମସ୍ତଙ୍କ ବିକାଶ ପାଇଁ ଏହି ବଜେଟ । ଆଗ୍ରି ଷ୍ଟାର୍ଟଅପ ପ୍ରୋତ୍ସାହନ ପାଇଁ ଆଗ୍ରି ଆକ୍ସିଲେରେଟର ଫଣ୍ଡ ବ୍ୟବସ୍ଥା ରହିଛି । ଆତ୍ମନିର୍ଭର କ୍ଲିନ ପ୍ଲାଣ୍ଟ ପ୍ରୋଗ୍ରାମ ଆରମ୍ଭ ନେଇ ମଧ୍ୟ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।
ମତ୍ସ୍ୟଚାଷୀଙ୍କୁ ଅଧିକ ପ୍ରାଥମିକତା ଓ ପ୍ରୋତ୍ସାହନ ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି ।ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାମାରୀର ସଫଳ ଏବଂ ଦୃଢତାରର ମୁକାବିଲା କରାଯାଇଛି । ସାରା ଦେଶରେ ଟିକାକରଣ ପ୍ରୋଆକ୍ଟିଭ ମୋଡରେ କରାଯାଇଛି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ରାସନ ଦିଆଯାଇଛି । ମୁଣ୍ଡପିଛା ଆୟ ଦ୍ୱିଗୁଣିତ ହୋଇ ୧.୯୭ ଲକ୍ଷରେ ପହଞ୍ଚି ପାରିଛି । ସାରା ବିଶ୍ୱରେ ଭାରତ ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ୧୨୦ କୋଟି ଲୋକଙ୍କୁ ୨୨୦ କୋଟି ଡୋଜ ଟିକା ଦିଆଯାଇଛି । ୯.୬ କୋଟି ଏଲପିଜି କନେକ୍ସନ ଦିଆଯାଇଛି । ୪୭ କୋଟି ପ୍ରଧାନମନ୍ତ୍ରୀ ଜନଧନ ଆକାଉଣ୍ଟ ଖୋଲା ଯାଇଛି

You May Also Like

More From Author

+ There are no comments

Add yours