ରାତି ଅଧିଆ ବିମାନ ବନ୍ଦର ଥାନାର ପାଇଖାନା ଟାଙ୍କି ଖୋଳି ପ୍ରମାଣ ଖୋଜିଲା କ୍ରାଇମବ୍ରାଞ୍ଚ

ଶବ୍ଦ ଓଡିଶା ବ୍ୟୁରୋ: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ପାଇଖାନା ଟାଙ୍କିରେ ଲୁଚିଛି ପ୍ରମାଣ । ଅଭିଯୁକ୍ତ ଗୋପାଳ ଦାସଙ୍କୁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇଛି । ଏହି ସମୟରେ ଅଭିଯୁକ୍ତ ଗୋପାଳ ଦାସ ପାଇଖାନା ଟାଙ୍କିରେ କିଛି କାଗଜ ଫିଙ୍ଗି ଥିବା ସୂଚନା ରହିଛି । ତେଣୁ ରାତି ଅଧିଆ କ୍ରାଇମବ୍ରାଞ୍ଚ ଟିମ୍ ସ୍ଥାନୀୟ ପୋଲିସ ସହାୟତାରେ ଝାରସୁଗୁଡା ବିମାନବନ୍ଦର ଥାନାର ଲାଟ୍ରିନ ଟାଙ୍କି ଖୋଳିଛି ।

ମିଳିଥିବା ସୂଚନା ଅନୁସାରେ ଗୁଳିକାଣ୍ଡ ଘଟଣା ପରେ ପୋଲିସ ଅଭିଯୁକ୍ତକୁ ବିମାନବନ୍ଦର ଥାନାକୁ ଆଣିିିଥିଲା । ଏହି ଠାରେ ଅଧିକ ସମୟ ରହିବା ଭିତରେ ଅଭିଯୁକ୍ତ ପାଖରେ ଥିବା କିଛି କାଗଜକୁ ଥାନା ଭିତରେ ଥିବା ପାଇଖାନାରେ ପକାଇ ଫ୍ଲସ ମାରିଦେଇଥିଲେ । ତେଣୁ ସେହି କାଗଜଟି ପାଇଖାନା ଟାଙ୍କିରେ ରହିଥିବାରୁ ତଦନ୍ତକାରୀ ଟିମ୍ ପାଇଖାନା ଟାଙ୍କି ଖୋଳିଛି । ଆଉ ସେହି କାଗଜକୁ ପାଇଥିବା ସୂଚନା ରହିଛି । ଏବେ ସେହି କାଗଜପତ୍ରକୁ ଫୋରେନସିକ୍ ଲାବକୁ ପଠାଯିବ ବୋଲି ସୂଚନା ରହିଛି ।

You May Also Like

More From Author

+ There are no comments

Add yours