Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ରାସ୍ତା କଡ଼ରେ ଖରାପ ହୋଇ ଛିଡ଼ା ହୋଇଥିବା ଏକ ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ। ଫଳରେ ଆମ୍ବୁଲାନ୍ସରେ ଥିବା ୬ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦାଠାରେ ଘଟିଛି। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଯାଜପୁର ସ୍ଥାନାନ୍ତର କରାଯାଇଛି ।
ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ମଧୁସୂଦନପୁର ଗାଁର ଜଣେ ମହିଳାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଗତ ରାତିରେ ସୋର ମେଡିକାଲରୁ କଟକ ସ୍ଥାନାନ୍ତର କରାଯାଉଥିଲା। ଆଖୁଆପଦାଠାରେ ଏକ ଡମ୍ପର ଖରାପ ହୋଇ ରାସ୍ତା କଡ଼ରେ ଛିଡ଼ା ହୋଇଥିଲା। ଦ୍ରୁତ ଗତିରେ ଆସୁଥିବା ଆମ୍ବୁଲାନ୍ସଟି ଡମ୍ପରକୁ ପଛରୁ ପିଟିଥିଲା। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି।

Leave a Reply

Your email address will not be published. Required fields are marked *