Thu. Oct 15th, 2026

ରାୟଗଡା : ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେଏହି ଅଭିଯୋଗ ଶୁଣାଣି ଶିବିରରେ ଅନୁଷ୍ଠିତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଭୀମସେନ ଶବର, ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ଯୋଗାଣ ଅଧିକାରୀ,ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ , ଅଭିଯୋଗ ଶୁଣାଣି ଦାୟିତ୍ୱରେ ଥିବା ଡେ଼ପୁଟି କଲେକ୍ଟର ଅନ୍ୱେଷl ଦlଶ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁକାନ୍ତ କୁମାର ପ୍ରଧାନ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ,ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀଅଧିକାରୀ ୟାସିର ବିଲଲ ଅହମଦ,ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଶିବିରରେ ମୋଟ ୫୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୪୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ଗୋଟି ଗ୍ରାମବାସୀ ମାନଙ୍କର ସାମୁହିକ ଅଭିଯୋଗ ଗଲା l ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଓ ଦୁଇ ଜଣକୁ ରେଡକ୍ରସ ସହାୟତା ଦିଆଯାଇଛି l ଜିଲ୍ଲାପାଳ ଅଭିଯୋଗ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l

Leave a Reply

Your email address will not be published. Required fields are marked *