Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଉନ୍ନତ ଚିକିତ୍ସା ଲାଗି ଦିଲ୍ଲୀ ନିଆଯାଇଛି। ଆଜି ସକାଳେ ଭୁବନେଶ୍ୱରର ବିମାନବନ୍ଦରରେ ପିଣ୍ଟୁ ନନ୍ଦ ପହଞ୍ଚିବା ପରେ ତାଙ୍କୁ ଦିଲ୍ଲୀକୁ ନିଆଯାଇଛି। ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ୍ ବିଲିଆରି ସାଇନସେସ(ILBS)ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯିବ। ସେଠାରେ ପିଣ୍ଟୁ ନନ୍ଦଙ୍କ ଲିଭର୍ ଟ୍ରାନ୍ସପ୍ଲାଣ୍ଟ କରାଯିବ।

ଲିଭର୍ ସିରୋସିସରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ପିଣ୍ଟୁ। ଲିଭର୍ ଟ୍ରାନ୍ସପ୍ଲାଣ୍ଟ ପାଇଁ ୫୦ ଲକ୍ଷରୁ ଅଧିକ ଟଙ୍କା ଆବଶ୍ୟକ ରହିଛିା ତେବେ ଓଡ଼ିଶା ସିନେ ଆର୍ଟିଷ୍ଟ ସଂଘ ସହ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପିଣ୍ଟୁଙ୍କ ପାଇଁ ଆର୍ଥିକ ସହାୟତା ରାଶି ମିଳିବାରେ ଲାଗିଛି।

Leave a Reply

Your email address will not be published. Required fields are marked *