Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଟ୍ରକ୍‌କୁ ତୀର୍ଥଯାତ୍ରୀ ବସ୍‌ ପଛରୁ ଧକ୍କା ଦେବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି।

ଗତକାଲି ତୀର୍ଥଯାତ୍ରୀ ବସ୍‌ଟି କୋଲକାତାରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଜୁରାଗଢିଆ ନିକଟରେ ଏକ ଟ୍ରକ୍ ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ରେ ଥିବା ୧୨ ଜଣ ଯାତ୍ରୀ ଆହତ ହୋଇଥିଲେ। ପୁଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

Leave a Reply

Your email address will not be published. Required fields are marked *