ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଦିନିକିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ଏଥିସହ ଅନ୍ୟାନ୍ୟ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୧୫ରେ କେନ୍ଦୁଝର ପହଞ୍ଚିବା କାର୍ଯ୍ୟସୂଚୀ ରହିଛି ।
ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦଘାଟନ କରିବା ପରେ କଲେଜ ନିକଟ ପଡିଆରେ ଆୟୋଜିତ ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ତଥା ସାଧାରଣ ସଭାରେ ଯୋଗ ଦେବେ । ୨୦୧୬ ମସିହାରେ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।

You May Also Like

More From Author

+ There are no comments

Add yours