Wed. Oct 14th, 2026

ଶବ୍ଦମିଡ଼ିଆ ବ୍ୟୁରୋ:ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପ ର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ଵାରା ଅନୁଷ୍ଠିତ ହେବ।ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ ଷଠୀଘର, ଗୋପବନ୍ଧୁ ପାର୍କ,ପାର୍କ ରେ ଗୋପବନ୍ଧୁ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ଗୋପବନ୍ଧୁ ସଂଗ୍ରାହଳୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିବେ।ଏହି କାର୍ଯ୍ୟକ୍ରମ କୁ ସୁଚାରୁ ରୁପେ ସମ୍ପର୍ଣ୍ଣ ପାଇଁ ଏକ ସମୀକ୍ଷା ବୈଠକ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା।

ଏଥିରେ ଅଧ୍ୟକ୍ଷତା କରିଥିଲେ ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଇନଶୃଙ୍ଖଳା ରକ୍ଷା, ପାର୍କିଂ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାନୀୟ ଜଳ, ରାସ୍ତା ନିର୍ମାଣ,ବିଦ୍ୟୁତ ବ୍ୟବସ୍ଥା ଇତ୍ୟାଦି ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଏସପି ମିହିର କୁମାର ପଣ୍ଡା, ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ,ଉପଜିଲ୍ଲାପାଳ ଭବତାରଣ ସାହୁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ ମହାପାତ୍ର ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

By

Leave a Reply

Your email address will not be published. Required fields are marked *