୫୪ ବର୍ଷରେ ଦ୍ୱିତୀୟ ବିବାହ କରିବେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର

ଶବ୍ଦମିଡ଼ିଆ ବ୍ୟୁରୋ: ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର । ତାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ଦିବ୍ୟଶଙ୍କର ମିଶ୍ର । ଏନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି । ଯାହା ଖବର ରହିଛି ଦିବ୍ୟଶଙ୍କର ତାଙ୍କ ଜୁନାଗଡ଼ ନିର୍ବାଚନମଣ୍ଡଳୀର ଗୋଲମୁଣ୍ଡା ବ୍ଲକ ଦେକୋଟ ଗାଁର ଜଣେ ଯୁବତୀଙ୍କୁ ବିବାହ କରିବେ ।

ଫେବ୍ରୁଆରୀ ଶେଷ ସପ୍ତାହରେ ତଥା ୨୫ ତାରିଖରେ ପୁରୀରେ ଏହି ବିବାହ ଅନୁଷ୍ଠିତ ହେବ । ଏହା ହେଉଛି କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱିତୀୟ ବିବାହ । ପୂର୍ବରୁ ଦିବ୍ୟଶଙ୍କର ଜୟପାଟଣାରେ ବିବାହ କରିଥିଲେ । କିନ୍ତୁ କୌଣସି କାରଣକୁ ନେଇ ସେ ତାଙ୍କ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ତେବେ ଦ୍ୱିତୀୟ ବିବାହକୁ ନେଇ ଦିବ୍ୟଶଙ୍କର କିମ୍ବା ତାଙ୍କ ପରିବାର ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ

You May Also Like

More From Author

+ There are no comments

Add yours