ଟ୍ରକ୍‌କୁ ପିଟିଲା ଆଇଚର, ୭ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ଯାଜପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାଲିଗଲା ୭ଜଣଙ୍କ ଜୀବନ । ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଆଇଚର ଗାଡ଼ି । କଲିକତା ପଟୁ ଆସୁଥିବା ଏକ ଆଇଚର ଗାଡ଼ି ଟ୍ରକକୁ ଧକ୍କା ଦେବା ଦ୍ୱାରା ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ୬ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା ।
ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ ମୃତକଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ମୃତଦେହ ଗୁଡ଼ିକ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଛି । ତେବେ ଘନ କୁହୁଡ଼ି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

You May Also Like

More From Author

+ There are no comments

Add yours