Thu. Oct 15th, 2026

ଶବ୍ଦମିଡ଼ିଆ ବ୍ୟୁରୋ:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ।୨୦୨୩ ମସିହାର ଏହା ଦ୍ୱିତୀୟ ମନ କି ବାତ କାର୍ଯ୍ୟକ୍ରମର (୯୮) ତମ ସଂସ୍କରଣ।ପ୍ରତି ମାସର ଶେଷ ରବିବାର ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥାଏ।ପୂର୍ବାହ୍ନ 11ଟାରେ ଦେଶବାସୀଙ୍କୁ ମନ୍ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଏହି କାର୍ଯ୍ୟକ୍ରମକୁ ଦେଶର କୋଣ ଅନୁକୋଣରୁ ଲୋକମାନେ ଶୁଣିଥାନ୍ତି । ଭାରତୀୟ ଜନତା ପାର୍ଟି ଦ୍ବାରା ଦେଶର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ଶୁଣିବାକୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି ।2023 ଜାନୁଆରୀ 29 ତାରିଖରେ ବର୍ଷର ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମନ କଥା କହିଥିଲେ ମୋଦି । ଓଡ଼ିଶାର ଚିଲିକା ହ୍ରଦ ବିଷୟରେ ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଥିଲେ ପ୍ରଧାନମନ୍ତ୍ରୀ । ଏହାସହିତ ଓଡ଼ିଶାର ମିଲେଟ ପ୍ରିନିୟର୍ସଙ୍କ କଥା କହି ସୁନ୍ଦରଗଡ ଜିଲ୍ଲା ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ କଥା କହିଥିଲେ । ସେହିପରି କେନ୍ଦ୍ର ସରକାରଙ୍କ ମିଲେଟ ମିଶନର ସଫଳତା ବିଷୟରେ ମଧ୍ୟ କାର୍ଯ୍ୟକ୍ରମରେ କହିଥିଲେ । ‘India the mother of Democracy’ ନାମକ ପୁସ୍ତକ ବିଷୟରେ ମଧ୍ୟ କହିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଏହି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ ଲୋକପ୍ରିୟତା ଦିନକୁ ଦିନ ବଢିବାରେ ଲାଗିଛି । ଦେଶବାସୀ ସ୍ବାଧୀନତାର ୭୬ ବର୍ଷରେ ପାଦ ଥାପିଛନ୍ତି । ଆଜାଦୀ କା ଅମୃତ ମହୋତ୍ସବ ପାଳୁଥିବାବେଳେ ମନ୍ କି ବାତ୍‌ କାର୍ଯ୍ୟକ୍ରମର ଗୁରୁତ୍ବ ବଢିଛି । ଖାଲି ଭାରତରେ ନୁହେଁ ବିଶ୍ବରେ ଏହି ମନ୍ କି ବାତ୍ କାର୍ଯ୍ୟକ୍ରମର ଲୋକପ୍ରିୟତା ବଢିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଶୁଣିବାକୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛି ବିଜେପି ।

ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଏକ ମାସିକ ରେଡିଓ କାର୍ଯ୍ୟକ୍ରମ । ଯାହା ପ୍ରତି ମାସ ଶେଷ ରବିବାର ପ୍ରସାରିତ ହୋଇଥାଏ । ୨୦୧୪ ଅକ୍ଟୋବର ୩ରେ ମନ୍ କି ବାତ୍‌ର ପ୍ରଥମ ଏପିସୋଡ ପ୍ରସାରିତ ହୋଇଥିଲା । ହିନ୍ଦୀ ଭାଷାରେ ଏହି ମନ କି ବାତ୍ ପ୍ରସାରଣ ପରେ ଆକାଶବାଣୀ ଆଞ୍ଚଳିକ ଭାଷାରେ ମୋଦିଙ୍କ ମନର କଥାକୁ ପ୍ରସାରିତ କରିଥାଏ ।

By

Leave a Reply

Your email address will not be published. Required fields are marked *