ଶବ୍ଦମିଡ଼ିଆ ବ୍ୟୁରୋ:ମୁଖ୍ୟ ଶାସନ ସଚିବ ଦାଇତ୍ୱ ଗ୍ରହଣ କରିବେ ବରିଷ୍ଠ ଆଇଏସ ଅଧିକାରୀ ପ୍ରଦୀପ କୁମାର ଜେନା।ଆଜି ଏ ନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏବେ ମୁଖ୍ୟ ଶାସନ ସଚିବ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ ତାରିଖରେ ସରୁଛି। ଏହାପରେ କିଏ ମୁଖ୍ୟ ଶାସନ ସଚିବ ହେବେ ସେ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।ଏବେ ତାହାର ପୂର୍ଣ୍ଣଛେଦ ପଡିଛି।୧୯୮୯ ବ୍ୟାଚର ଆଇଏଏସ୍ ଅଧିକାରୀ ପ୍ରଦୀପ ଜେନା ମାର୍ଚ୍ଚ ୧ରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଶ୍ରୀ ଜେନା ଏବେ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ୍ କମିଶନର ଦାୟିତ୍ବରେ ଅଛନ୍ତି। ସେହିପରି ବରିଷ୍ଠ ଆଇଏଏସ ଅଫିସର ଅନୁ ଗର୍ଗଙ୍କୁ ଡିସି ଭାବେ ନିଯୁକ୍ତି ଦିଆଯାଇଛି।
