Thu. Oct 15th, 2026

ଶବ୍ଦଓଡ଼ିଶା ବ୍ୟୁରୋ: ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ । ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ପିଣ୍ଟୁଙ୍କ ବିୟୋଗରେ ସାରା ଓଡିଶା ମର୍ମାହତ । ଜଲିଉଡ୍ ଏବଂ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ଅଭିନୟ ଏବଂ ପରୋପକାରୀ ମନଭାବ ପାଇଁ ଆଜି ତାଙ୍କୁ ଝରୁଛନ୍ତି ଅନେକ କଳାକାର ।

Leave a Reply

Your email address will not be published. Required fields are marked *