ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ସାଇକେଲ ପାଇଛନ୍ତି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ବୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି। ମା’ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା’ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ସମସ୍ତେ ମିଳିମିଶି ଭଲ କାମ କରି ଓଡ଼ିଶା ମା’ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

You May Also Like

More From Author

+ There are no comments

Add yours