ଶବ୍ଦ ଓଡ଼ିଶା ବ୍ୟୁରୋ: ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୭ତମ ଜନ୍ମ ଜୟନ୍ତୀ। ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୭ତମ ଜନ୍ମ ଜୟନ୍ତୀ । ଓଡ଼ିଶାର ଗର୍ବ, ଗରିମା ଓ ସ୍ବାଭିମାନର ସ୍ବାକ୍ଷର ଆଙ୍କିଥିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ। ୧୯୧୬ମାର୍ଚ୍ଚ ୫ରେ ତାଙ୍କର ଜନ୍ମ ହୋଇଥିବା ବେଳେ ୧୯୯୭ ଏପ୍ରିଲ୍ ୧୭ ତାରିଖ-ତାଙ୍କର ଦେହାନ୍ତ ହୋଇଥିଲା ।
ଜଣେ ଦୁର୍ଦ୍ଧର୍ଷ ପାଇଲଟ୍, ସଫଳ ଶିଳ୍ପପତି, ବିଚକ୍ଷଣ ରାଜନୀତିଜ୍ଞ, ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ବର ଅଧିକାରୀ ଥିଲେ ଏହି ସର୍ବମାନ୍ୟ ନେତା। ପ୍ରବାଦପୁରୁଷ, ଭୂମିପୁତ୍ର, କଳିଙ୍ଗବୀର, ଦ୍ବିତୀୟ ଖାରବେଳ ଆଦି ଅନେକ ବିଶେଷଣରେ ଭୂଷିତ ବିଜୁବାବୁ ୧୯୧୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ।
