Wed. Oct 14th, 2026

ଶବ୍ଦ ଓଡ଼ିଶା ବ୍ୟୁରୋ: ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା, ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରାମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯାଉଛି। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କ ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ।

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ସେହିପରି ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ନିତି ନିର୍ଘଣ୍ଟ ଅନୁସାରେ ଭୋର ସାଢେ ତିନିଟା ସମୟରେ ଭିତର ଦ୍ୱାର ଫିଟା ନିତି ସାରିବା ପରେ ମଙ୍ଗଳ ଆଳତି, ମଇଲମ, ତଡପଲାଗି, ଅବକାଶ ସରିବା ପରେ ମହାପ୍ରଭୁଙ୍କର ସୁନା ବେଶ ହୋଇଥାଏ। କିରିଟି,ଚୂଳ,ଚନ୍ଦ୍ରିକା,ଆଡକାନି,ଚନ୍ଦ୍ରସୂର୍ଯ୍ୟ,ହରିଡା ମାଳ ଓ ତବିଜ ମାଳ ଆଦି ସ୍ଵର୍ଣ୍ଣ ଅଳଙ୍କାରରେ ଶ୍ରୀଜିଉ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି।

ଦୁଇ ବର୍ଷ ବ୍ୟବଧାନ ପରେ ଏବର୍ଷ କରୋନା କଟକଣା ହଟିଛି। ତେଣୁ ପୂର୍ବ ଭଳି ଚଳିତ ବେଶକୁ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏଥିପାଇଁ ସକାଳୁ ସକାଳୁ ବଡ଼ ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲାଣି।

Leave a Reply

Your email address will not be published. Required fields are marked *