Thu. Oct 15th, 2026

ଶବ୍ଦ ଓଡ଼ିଶା ବ୍ୟୁରୋ: ଖୋର୍ଦ୍ଧା ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୂଷଣ୍ଡପୁର ଗାଁର ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଶରୀର ୭୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ିଯାଇଥିଲା। ବିସ୍ଫୋରଣରେ ଗୁରୁତର ଆଉ ୩ ଜଣ ଭୁବନେଶ୍ୱର ଏମ୍ସରେ ଏବେବି ଚିକିତ୍ସାଧୀନ ଅଛନ୍ତି।

ଭୂଷଣ୍ଡପୁର ଗାଁରେ ଗତକାଲି ଏକ ଘର ଭିତରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ତିଆରି ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ବେଳେ ୮ଜଣ ଘର ଭିତରେ ଥିଲେ। ଅଗ୍ନିଶମ ବାହିନୀ ୮ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ୪ଜଣ ଆହତ ହୋଇଥିଲେ। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *