ରଙ୍ଗର ପର୍ବ ହୋଲି: ଗାଁଠୁ ସହର ସବୁଠି ହୋଲିର ରଙ୍ଗ

ଶବ୍ଦ ଓଡିଶା ବ୍ୟୁରୋ: ରଙ୍ଗର ପର୍ବ ହୋଲି । ଗାଁଠୁ ସହର ସବୁଠି ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ । ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି ।
ଜା ହିରଣ୍ୟକଶ୍ୟପ ନିଜ ପୁଅ ପ୍ରହଲ୍ଲାଦଙ୍କୁ ମାରିବାକୁ ଷଡ଼ଯନ୍ତ୍ର ରଚିଥିଲେ । କାରଣ ପ୍ରହଲ୍ଲାଦ ଥିଲେ ବିଷ୍ଣୁଙ୍କ ପରମ ଭକ୍ତ । ଆଉ ହିରଣ୍ୟକଶ୍ୟପ ଏଥିରେ ଖୁବ୍ ରାଗିଯାଇ ନଜ ଭଉଣୀ ହୋଲିକା ମାଧ୍ୟମରେ ପ୍ରହଲ୍ଲାଦଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ । ହୋଲିକାକୁ ବର ମିଳିଥିଲା ଯେ, ସେ ନିଆଁରେ ଜଳିବ ନାହିଁ । ହେଲେ ସେ ଯେତେବେଳେ ପ୍ରହଲ୍ଲାଦଙ୍କୁ ଧରି ନିଆ ଭିତରକୁ ଗଲେ, ପ୍ରହଲ୍ଲାଦ ବିଷ୍ଣୁଙ୍କୁ ପ୍ରାର୍ଥନା କଲେ । ଆଉ ହୋଲିକା ନିଆଁ ପୋଡ଼ି ହୋଇ ପ୍ରାଣତ୍ୟାଗ କଲେ ଓ ପ୍ରହଲ୍ଲାଦ ବଞ୍ଚିଗଲେ । ଅନ୍ୟ ଏକ ପୌରାଣିକ ତତ୍ୱ ଅନୁସାରେ ରାଧା-କ୍ରିଷ୍ଣଙ୍କ ସାତ୍ୱିକ ପ୍ରେମର ପ୍ରମାଣ ହେଉଛି ହୋଲି ଖେଳ ।

You May Also Like

More From Author

1 Comment

Add yours

+ Leave a Comment