ଆଜି ଓସଡମାକୁ ମିଳିବ ସୁବାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ଶବ୍ଦମିଡ଼ିଆ ବ୍ୟୁରୋ:ଆଜି ଓଡିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁବାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରଷ୍କାର-୨୦୨୩ ପ୍ରଦାନ କରିବେ।ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ (ଏନ୍‌ପିଡିଆର୍‌ଆର୍‌) କାର୍ଯ୍ୟକ୍ରମର ତୃତୀୟ ଅଧିବେଶନ ଉଦ୍‌ଘାଟନ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ।ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଗତ ଜାନୁଆରି ୨୩ରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌ଡମା)କୁ ଏହି ପୁରସ୍କାର ପ୍ରଦାନ ନିମନ୍ତେ ଘୋଷଣା କରିଥିଲେ। ଓସ୍‌ଡମା ସହ ମିଜୋରାମର ଲୁଙ୍ଗଲେଇ ଦମକଳ କେନ୍ଦ୍ରକୁ ମଧ୍ୟ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଓସ୍‌ଡମାକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ ପ୍ରଦାନ କରାଯିବ।

You May Also Like

More From Author

+ There are no comments

Add yours