Thu. Oct 15th, 2026

ଶବ୍ଦମିଡ଼ିଆ ବ୍ୟୁରୋ:ରାଜ୍ୟ ଆଞ୍ଚଳିକ ପାଣିପାଗ ପୂର୍ବନିର୍ଧାରିତ ସୂଚାନ ଅନୁସାରେ ମଙ୍ଗଳବାରଠାରୁ ବର୍ଷା ହେବା ନେଇ ସୂଚନା ଦେଇଥିଲେ। ଏବେ ରାଜ୍ୟରେ ପାଗ ସାମାନ୍ୟ କୋହଲା ରହିଛି।ଆଜିର ସୂଚନା ଅନୁସାରେ ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଅଞ୍ଚଳରେ ଆଜି ମେଘୁଆ ପାଗ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ, କେନ୍ଦୁଝର, ଦେଓଗଡ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।ଏହି ୫ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକ୍ରିୟ ପଶ୍ଚିମା-ଝଡ଼ ପ୍ରଭାବରେ ମୟୁରଭଞ୍ଜ ଜିଲ୍ଲା ଜାମାଡାରେ ୨ମି.ମି. ଏବଂ ବାହାଲଦାରେ ୨.୬ ମି.ମି. ବର୍ଷା ରେକର୍ଡ କରାଯାଇଛି।ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି।

By

Leave a Reply

Your email address will not be published. Required fields are marked *