Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଓସ୍ତପାଳ ଗାଁ ନିକଟରେଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ସକାଳେ ଦନ୍ତାହାତୀର ମୃତଦେହ ପଡ଼ିଥିବା ଦେଖି ଓସ୍ତପାଳ ଗ୍ରାମବାସୀ ବନବିଭାଗକୁ ଖବର କରିଥିଲେ। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ କରିଛି। ଖାଦ୍ୟ ବିଷକ୍ରିୟା ଯୋଗୁ ଦନ୍ତାହାତୀର ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ତେବେ ଶବ ବ୍ୟବଚ୍ଛେଦ ପରେ ହାତୀର ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୁଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *