ଭାରତ ହାତରେ ଫାଇନାଲ ଟିକେଟ

ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ରୋମାଞ୍ଚକର ବିଜୟ ଭାରତକୁ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ଟିକେଟ ଦେଇଛି । ଏହାସହ ଭାରତ ନୂଆ ଇତିହାସ ରଚିଛି । ଲଗାତାର ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ଟିକେଟ ହାତେଇଛି ।ପୂର୍ବରୁ ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ଟିକେଟ ହାତେଇ ସାରିଛି । ଆସନ୍ତା ଜୁନ୍ ୭ରୁ ୧୧ ଯାଏଁ ଲଣ୍ଡନର ଦ ଓଭାଲ ମୈଦାନରେ ଏହି ମ୍ୟାଚ୍ ଖେଳାଯିବ । ତେବେ ଏହି ମ୍ୟାଚ୍ ପାଇଁ ଗୋଟିଏ ଦିନ ରିଜର୍ଭ ଡେ ମଧ୍ୟ ରଖାଯାଇଛି । ଗତବର୍ଷ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମୁକାବିଲା ଖେଳାଯାଇଥିଲା । ଭାରତକୁ ମାତ୍ ଦେଇ ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଟାଇଟଲ ହାତେଇଥିଲା ।ଏବେ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ମୁକାବିଲା ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ।

You May Also Like

More From Author

+ There are no comments

Add yours