ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ଆଜିଠୁ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଡ୍ରାଇଭରଙ୍କ ଆନ୍ଦୋଳନ ଆଜିଠୁ । ଡ୍ରାଇଭରଙ୍କ ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛି ସଂଘ । ତେବେ ସବୁାରେ ଶାନ୍ତିପୂର୍ଣ୍ଣ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାଂସଘ । ଦଶମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଚାଲିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ଓଡ଼ିଶା ପରିବହନ ସଂଘ, ଓ କଳିଙ୍ଗ ଅଟୋ ମହାସଂଘ ଆଲୋଚନା କରିବା ପରେ ନିଷ୍ପତ୍ତି ନିଆଯାଇଛି ।

ଭୁବନେଶ୍ୱରରେ ଯଦି କୌଣସି ବ୍ୟକ୍ତି ଆଇନକୁ ହାତକୁ ନେବେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର । କୌଣସି ଅପ୍ରତିକର ପରିସ୍ଥିତିର ମୁକାବିଲା ପାଇଁ ଅତିରିକ୍ତ ୧୫ ପ୍ଲାଟୁନ୍ ଫୋର୍ସ ଏବଂ ୪୦ ଜଣ ଅଫିସର ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି । ଜିଲ୍ଳା ସ୍ତରରେ ଆନ୍ଦୋଳନ ପରିବର୍ତ୍ତେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯିବ । ଫଳରେ ଚକାଜାମ ଆଶଙ୍କା ଟଳିିଯାଇଛି । ଏପଟେ ପରିବହନ ମନ୍ତ୍ରୀ କହିଛନ୍ତି- ଡ୍ରାଇଭରମାନଙ୍କ ଦାବିକୁ ରାଜ୍ୟ ସରକାର ଗୁରୁତ୍ୱର ସହ ବିଚାର କରିବେ ।

You May Also Like

More From Author

+ There are no comments

Add yours