ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଂଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା।

You May Also Like

More From Author

+ There are no comments

Add yours